ସମ୍ବଲପୁରରେ ଇଣ୍ଟରନେଟ ସେବା ବନ୍ଦ

ସମ୍ବଲପୁର : ସମ୍ବଲପୁର ଜିଲ୍ଲାରେ ଆଜି ଦିନ ୧୦ଟାଠାରୁ ଆସନ୍ତା ୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ ରହିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ହନୁମାନ ଜୟନ୍ତୀ ବାଇକ ରାଲିରେ ପଥରମାଡ଼ ଘଟଣା ପରେ ହିଂସା ରୋକିବାକୁ ନିଆଯାଇଛି ଏହି ପଦକ୍ଷେପ। ସେହିପରି ଫେସବୁକ୍, ଇନଷ୍ଟାଗ୍ରାମ୍ ଓ ଟୁଇଟର ଆଦିର ପୋଷ୍ଟ ଉପରେ ଜାରି କରାଯାଇଛି କଟକଣା।

ସୂଚନାଯୋଗ୍ୟ ଗତକାଲି ହନୁମାନ ଜୟନ୍ତୀ ପାଇଁ ବାଇକ ରାଲି ଯିବା ସମୟରେ ପଥର ମାଡ଼ ଯୋଗୁ ୨ ଜଣ ଥାନା ଅଧିକାରୀଙ୍କ ସମେତ ପ୍ରାୟ ୧୦ ଜଣ ପୋଲିସ କର୍ମଚାରୀ ଆହତ ହୋଇଥିଲେ। ପରେ ଉତ୍ତେଜିତ ଲୋକେ ଦୋକାନ ଜାଳିବା ସହ କାର୍ ଓ ବାଇକ ଭାଙ୍ଗି ଦେଇଥିଲେ। ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି ହୋଇଥିବା ବେଳେ ଏହି ମାମଲାରେ ୨୫ଜଣଙ୍କୁ ଗିରଫ କରାଯାଇଛି। ଆଉ କିଛି ଲୋକଙ୍କୁ ଅଟକ ରଖାଯାଇଥିବା ଜଣାପଡିଛି।

Leave a Reply

Your email address will not be published. Required fields are marked *

Back to top button