୧୬ ଯାଏ ଅଗ୍ନିବର୍ଷା

ଭୁବନେଶ୍ଵର : ରାଜ୍ୟରେ ଜାରି ରହିଛି ଗ୍ରୀଷ୍ଣ ପ୍ରବାହ। ଏଭଳି ସ୍ଥିତି ଆହୁରି ୫ ଦିନ ପର୍ଯ୍ୟନ୍ତ ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ ରାଜ୍ୟରେ ଗ୍ରୀଷ୍ଣ ପ୍ରବାହ ଆହୁରି ୫ ଦିନ ଅର୍ଥାତ ୧୬ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ସ୍ଥଳଭାଗକୁ ସାମୁଦ୍ରିକ ବାୟୁ ପ୍ରବାହ କମିଥିବାରୁ ତାପମାତ୍ରା ବଢୁଛି। ଉତ୍ତର- ଉତ୍ତର ପଶ୍ଚିମ ଦିଗରୁ ବହୁଥିବା ଶୁଷ୍କ ବାୟୁ ପ୍ରଭାବରେ ତାପମାତ୍ରା ଆହୁରି ବଢ଼ିବ ବୋଲି ଆକଳନ କରାଯାଇଛି।

ସେହିପରି ପ୍ରଚଣ୍ଡ ଖରାକୁ ଦୃଷ୍ଟିରେ ରଖି ସତର୍କ ରହିବାକୁ କୁହାଯାଇଛି। ରାଜ୍ୟର ବିଭିନ୍ନ ସ୍ଥାନ ବିଶେଷକରି ପଶ୍ଚିମ ଓ ଆଭ୍ୟନ୍ତରୀଣ ସମେତ ଉପକୂଳ ଜିଲ୍ଲା ଗୁଡ଼ିକରେ ତାପମାତ୍ରା ବୃଦ୍ଧି ଘଟିବ।

Leave a Reply

Your email address will not be published. Required fields are marked *

Back to top button