୧୮ରେ ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ ପାଇବ

କଟକ : ମାଧ୍ୟମିକ ଶିକ୍ଷା ପରିଷଦ ଦ୍ଵାରା ପରିଚାଳିତ ଦଶମ (ମାଟ୍ରିକ୍) ପରୀକ୍ଷା ଫଳ ଆସନ୍ତା ୧୮ ତାରିଖରେ ପ୍ରକାଶ ପାଇବ। ସାମ୍ବାଦିକ ସମ୍ମିଳନୀରେ ବୋର୍ଡ ସଭାପତି ରମାଶିଷ ହାଜରା ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଗୁରୁବାର ସକାଳ ୧୦ଟାରେ ବିଭାଗୀୟ ମନ୍ତ୍ରୀ ଓ ସଚିବଙ୍କ ଉପସ୍ଥିତିରେ ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ ପାଇବ।

ବୋର୍ଡର ଉପସଭାପତି ଡକ୍ଟର ନିହାର ରଞ୍ଜନ ମହାନ୍ତି କହିଛନ୍ତି ଦିନ ୧୨ଟା ସୁଦ୍ଧା ସମସ୍ତେ ମାଟ୍ରିକ୍ ପରୀକ୍ଷା ଫଳ ଜାଣିପାରିବେ। ଛାତ୍ରଛାତ୍ରୀମାନେ ମୋବାଇଲରେ ଏସଏମଏସ କରି କିମ୍ବା www.bseodisha.ac.in ବୋର୍ଡ ୱେବସାଇଟରେ ରେଜଲ୍ଟ ଜାଣିପାରିବେ। ନଚେତ ନିଜ ମୋବାଇଲରୁ OR10 ଏବଂ ରୋଲ ନମ୍ବରକୁ ଟାଇପ କରି 5676750କୁ ପଠାଇଲେ ପରୀକ୍ଷା ଫଳ ଜାଣିହେବ। ଏଥର ୫ ଲକ୍ଷ ୧୮ ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ପରୀକ୍ଷାଫଳକୁ ତ୍ରୁଟିଶୂନ୍ୟ କରିବା ଲାଗି ପ୍ରୟାସ କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button