୨୦ ଜିଲ୍ଲାକୁ କାଳବୈଶାଖୀ ସତର୍କ ସୂଚନା

ଭୁବନେଶ୍ୱର : ଆସନ୍ତାକାଲି ଅପରାହ୍ଣ ସୁଦ୍ଧା ରାଜ୍ୟର ଅଧିକାଂଶ ଜିଲ୍ଲାରେ ଝଡ଼ବର୍ଷା ଓ କିଛି ସ୍ଥାନରେ କୁଆପଥର ବୃଷ୍ଟିର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

ଗୁରୁବାର ଭୁବନେଶ୍ୱର ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ରାଜ୍ୟ ଉପର ଦେଇ ସମୁଦ୍ର ପତନଠାରୁ ୯ କିଲୋମିଟର ଉଚ୍ଚତାରେ ଦକ୍ଷିଣ ଛତିଶଗଡ଼ ଛପରେ ଏକ ଘୂର୍ଣ୍ଣିବଳୟ ପ୍ରବାହିତ ହେଉଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଝଡ଼ବର୍ଷା ହେବ ବୋଲି ପୂର୍ବନୁମାନ କରାଯାଇଛି। ଏଥିସହ କିଛି ସ୍ଥାନରେ କୁଆପଥର ବର୍ଷା ଓ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।

ବିଶେଷକରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ଓ ବିଜୁଳି ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଏସବୁ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଝଡ଼ବର୍ଷା ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବାକୁ ଦିଆଯାଇଛି ପରାମର୍ଶ। ଏହାଛଡା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ତାପମାତ୍ରା ବୃଦ୍ଧି ପାଇବ ବୋଲି କୁହାଯାଇଛି।

Leave a Reply

Your email address will not be published. Required fields are marked *

Back to top button