୨୦ ଯାଏ କାଳବୈଶାଖୀ ବର୍ଷା

ଭୁବନେଶ୍ଵର : ରାଜ୍ୟରେ ବଢିଚାଲିଥିବା ତାତି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏଭଳି ସ୍ଥିତି ଆଗାମୀ ୨୦ ତାରିଖ ଯାଏ ଲାଗି ରହିବ। ଉପକୂଳ ଜିଲ୍ଲାରେ ୩ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବନୁମାନ କରିଛି।

ବୁଧବାର ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଅନୁଯାୟୀ ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ଶୁଷ୍କ ବାୟୁ ପ୍ରଭାବରେ ରାଜ୍ୟରେ ତାତି ଅନୁଭୁତ ହେବ। ପଶ୍ଚିମ ଓଡ଼ିଶାରେ ତାପମାତ୍ରା ୪୫ ଡିଗ୍ରୀ କିମ୍ବା ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବାର ସମ୍ଭାବନା ରହିଛି। ସେଥିପାଇଁ ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ଘର ବାହାରକୁ ନବାହାରିବାକୁ ପରାମର୍ଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *

Back to top button