୨ ତାରିଖ ଯାଏ ବର୍ଷା

ଭୁବନେଶ୍ୱର : ଆଉ ଏକ ପଶ୍ଚିମା-ଝଡ଼ ଆସୁଛି। ଏହି ଝଡ ଅପ୍ରେଲ ୨ ତାରିଖ ସୁଦ୍ଧା ଭାରତର ଉତ୍ତର-ପଶ୍ଚିମ ଭାଗ ପ୍ରଭାବିତ ହେବାର ସମ୍ଭାବନା ରହିଛି। ସେଥିପାଇଁ ଓଡ଼ିଶାରେ ଝଡ଼ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ହେବବୋଲି ପୂର୍ବାନୁମାନ ପଣିପାଗ ବିଭାଗ ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆଜି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ୍‌ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହିତ ବଜ୍ରପାତ ଓ ଘଡ଼ଘଡ଼ିର ସମ୍ଭାବନା ରହିଛି। ସେହିପରି ଘଡ଼ଘଡ଼ି ଓ ବଜ୍ରପାତ ନେଇ କେନ୍ଦୁଝର, ୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ କନ୍ଧମାଳକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହାଛଡା ଆଜି ସକାଳ ସାଢ଼େ ୮ଟାରୁ ୩୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସୋନପୁର, ବଲାଙ୍ଗିର, ନୂଆପଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ଘଡ଼ଘଡ଼ି ଓ ବଜ୍ରପାତର ସମ୍ଭାବନା ରହିଛି। ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ବଲାଙ୍ଗିର, ସୋନପୁର, ସମ୍ୱଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ବଜ୍ରପାତ ଓ ଘଡ଼ଘଡ଼ି ସହିତ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବାର ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୩୧ ତାରିଖ ସକାଳ ସାଢ଼େ ୮ଟାରୁ ଏପ୍ରିଲ୍‌ ୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେହିପରି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, କଟକ ଓ ଢେଙ୍କାନାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଦେବଗଡ଼, ବୌଦ୍ଧ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବଜ୍ରପାତ ଓ ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧ ତାରିଖ ସକାଳ ସାଢ଼େ ୮ଟାରୁ ୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ଦେବଗଡ଼, ବୌଦ୍ଧ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି।

Leave a Reply

Your email address will not be published. Required fields are marked *

Back to top button