୧୦ ଜିଲ୍ଲାକୁ କାଳବୈଶାଖୀ ସତର୍କ ସୂଚନା

0

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ଟି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ପୂର୍ବନୁମାନ କରାଯାଇଛି।

ଶୁକ୍ରବାର ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଶନିବାର ସକାଳ ସାଢେ ୮ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ ଓ କନ୍ଧମାଳ ଆଦି ଜିଲ୍ଲାର ଅନେକ ସ୍ଥାନରେ ବଜ୍ରପାତ ଓ କୁଆପଥର ବର୍ଷା ହେବ। ଏହି ସମୟରେ ବିଜୁଳି ଓ ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି। ୩୦ରୁ ୪୦ ମିଲୋମିଟର ବେଗରେ ପବନ ମଧ୍ୟ ବହିପାରେ। ସେଥିପାଇଁ ଏସବୁ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିବା କାଳବୈଶାଖୀ ଓ ବଜ୍ରପାତ ସମୟରେ ଘରୁ ନବାହାରିବାକୁ ପରାମର୍ଶ ଦେଇଛି।

ଏହାବ୍ୟତୀତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବଲେଶ୍ୱର, ଭଦ୍ରକ, ବୌଦ୍ଧ ଓ ଅନୁଗୁଳ ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ଅଧିକ ରହିଥିବା କୁହାଯାଇଛି।

Leave A Reply

Your email address will not be published.