୧୦ ଜିଲ୍ଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର : ବଙ୍ଗୋପସାଗର ଉତ୍ତରପୂର୍ବ ଉପକୂଳରେ ସୃଷ୍ଟି ହୋଇଛି ଲଘୁଚାପ। ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟର ୧୦ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଭାଗ ଏହି ପୂର୍ବନୁମାନ କରିଥିବା ବେଳେ ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୋଳ, ଦେବଗଡ଼ ଓ କଳାହାଣ୍ଡିକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି।

ଏହାବ୍ୟତୀତ ୭ ଜିଲ୍ଲା ଯଥା ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ମାଲକାନଗିରି ଓ କୋରାପୁଟ ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ସମୁଦ୍ର ଭିତରକୁ ମାଛ ଧରିବାକୁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।

ମତାମତ ଦିଅନ୍ତୁ ।