୧୦ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର : ଆଜି ଅପରାହ୍ନରୁ ଶୁକ୍ରବାର ମଧ୍ୟାହ୍ନ ମଧ୍ୟରେ ରାଜ୍ୟର ୨୦ ଜିଲ୍ଲାରେ ମଧ୍ୟମ ବର୍ଷା ଓ ୧୦ ଜିଲ୍ଲାରେ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି। ଏହି ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଗୁରୁବାର ପାଣିପାଗ ବିଜ୍ଞାନ କେନ୍ଦ୍ର ଦେଇଥିବା ସୂଚନା ଅନୁଯାୟୀ ଆଜି ବିଳମ୍ବିତ ସନ୍ଧ୍ୟା ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ମାଲକାନଗିରି, କୋରାପୁଟ, ରାୟଗଡା, କନ୍ଧମାଳ, ଢ଼େଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା କିମ୍ବା ମଧ୍ୟମ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି।

ସେହିପରି ମୟୂରଭଞ୍ଜ, ଯାଜପୁର, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଗଜପତି, ଗଞ୍ଜାମ, କୋରାପୁଟ, ମାଲକାନଗିରି, କାନ୍ଧମାଳ ଜିଲ୍ଲାର ଉପରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଓ କୁଆପଥର ବର୍ଷା ହେବ। ଏହି ସମୟରେ ପବନର ଘଣ୍ଟା ପ୍ରତି ବେଗ ରହିବ ୩୦-୪୦ କିଲୋମିଟର। ଏଥିସହ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି। ସେଥିପାଇଁ ଏସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। କାଳବୈଶାଖୀ ଓ ବଜ୍ରପାତ ସମୟରେ ଘରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି। ଏହାଛଡା ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏହିପରି ବର୍ଷା ଓ କାଳବୈଶାଖୀ ସମ୍ଭାବନା ଥିବା ପାଣିପାଗ ବିଜ୍ଞାନ କେନ୍ଦ୍ର ସତର୍କ ସୂଚନା ଦେଇଛି।

Leave a Reply

Your email address will not be published. Required fields are marked *

Back to top button