୧୧ରେ ଲଘୁଚାପ : ପ୍ରବଳ ବର୍ଷିବ

ଭୁବନେଶ୍ୱର : ଆସନ୍ତା ୧୧ ତାରିଖ ବେଳକୁ ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ସୂଚନା ଦେଇଛି।

ମଙ୍ଗଳବାର ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ରାଜ୍ୟରେ ୱେଲମାର୍କ ଲୋ ପ୍ରେସର ପ୍ରଭାବରେ ବର୍ଷା ଜାରି ରହିଛି। ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଲଘୁଚାପ ସକ୍ରିୟ ରହିଥିବା ବେଳେ ଆଗାମୀ ୨ରୁ ୩ ଦିନ ମଧ୍ୟରେ ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା ଥିବା ପୂର୍ବାନୁମାନ କରାଯାଇଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ସେଥିପାଇଁ ସମୁଦ୍ର ଭିତରକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

ସେହିପରି ଭାରତୀୟ ପାଣିପାଗ ବିଭାଗ କହିଛି ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ଓ ପଶ୍ଚିମ-କେନ୍ଦ୍ରୀୟ ଉପକୂଳରେ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଉପରେ ପ୍ରବଳ ବର୍ଷା ହୋଇପାରେ। ଏହାର ପ୍ରଭାବରେ ପ୍ରାୟ ଏକ ସପ୍ତାହ କିମ୍ବା ଅଧିକ ସମୟ ପର୍ଯ୍ୟନ୍ତ ପୂର୍ବ ଓ କେନ୍ଦ୍ରୀୟ ଅଂଶଗୁଡ଼ିକ ଉପରେ ମୌସୁମୀ ବର୍ଷା ଲାଗି ରହିବ ବୋଲି ଆଶା କରାଯାଉଛି।

Leave a Reply

Your email address will not be published. Required fields are marked *

Back to top button