୧୧ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ଆଶଙ୍କା

ଭୁବନେଶ୍ଵର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡିକ ହେଲା ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ବାଲେଶ୍ୱର, ଭଦ୍ରକ, କନ୍ଧମାଳ ଓ ଯାଜପୁର। ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ପୂର୍ବାନୁମାନ କରିଥିବା ବେଳେ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

ସେହିପରି ୨୨ ତାରିଖ ଦିନ ସୁନ୍ଦରଗଡ଼, ଦେବଗଡ଼, ସୋନପୁର, ସମ୍ବଲପୁର, ବୌଦ୍ଧ ଓ ମୟୂରଭଞ୍ଜ ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସୁନ୍ଦରଗଡ଼, ଦେବଗଡ଼, ସୋନ୍‌ପୁର, ସମ୍ବଲପୁର, ବୌଦ୍ଧ, ମୟୂରଭଞ୍ଜ, ଝାରସୁଗୁଡ଼ା, କେନ୍ଦୁଝର, ଯାଜପୁର, ଭଦ୍ରକ ଓ ବାଲେଶ୍ଵରର ଗୋଟିଏ କିମ୍ବା ୨ଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ। ୨୩ ତାରିଖ ଦିନ ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, ବରଗଡ଼, ସମ୍ବଲପୁର, ନବରଙ୍ଗପୁର, ବଲାଙ୍ଗୀର, ନୂଆପଡ଼ା ଓ କେନ୍ଦୁଝର ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷିବ ବୋଲି କୁହାଯାଇଛି।

  ଇଣ୍ଡୋନେସିଆରେ ଭୂମିକମ୍ପ : ୭ ମୃତ ଓ ଅନେକ ଆହତ

ମତାମତ ଦିଅନ୍ତୁ ।