୧୨ ତାରିଖ ପୂର୍ବାହ୍ନ ଯାଏ ଝଡ଼ବର୍ଷା

ନୂଆଦିଲ୍ଲୀ : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରୁଛି। ଆସନ୍ତାକାଲି ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି।

ପାଣିପାଗ ବିଭାଗ କହିଛି ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ଲଘୁଚାପ ୧୨ ତାରିଖ ସକାଳେ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ। ଏହାର ପ୍ରଭାବରେ ଆଜିଠାରୁ ୧୨ ତାରିଖ ପର୍ଯ୍ୟନ୍ତ ଆଣ୍ଡାମାନ ଉପକୂଳ, ଦକ୍ଷିଣ ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ପାଗ ପ୍ରତିକୂଳ ରହିବାର ସମ୍ଭାବନା ଅଛି। ୧୧ ଓ ୧୨ ତାରିଖରେ ଆନ୍ଧ୍ରପ୍ରଦେଶ, ଓଡ଼ିଶା, ତେଲେଙ୍ଗାନା, ଅଭ୍ୟନ୍ତର କର୍ଣ୍ଣାଟକ ଓ ପାର୍ଶ୍ୱବର୍ତ୍ତୀ ମହାରାଷ୍ଟ୍ରରେ ପାଗ ପ୍ରତିକୂଳ ରହିପାରେ। ତେଣୁ ୧୦ ତାରିଖରେ ଆଣ୍ଡାମାନ ଓ ନିକୋବର ଦ୍ଵିପପୁଞ୍ଜର ଅଧିକାଂଶ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ଓ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ୧୦ ତାରିଖ ଦିନ ଓଡ଼ିଶା, ଉପକୂଳବର୍ତ୍ତୀ ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ରାୟଲାସୀମା, ଅଭ୍ୟନ୍ତର କର୍ଣ୍ଣାଟକ ଓ ମରାଠାୱାଡ଼ାର ଅନେକ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଅଛି। ଏହାଛଡ଼ା ଅଭ୍ୟନ୍ତର ଉପକୂଳବର୍ତ୍ତୀ ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା ଏବଂ ଅଭ୍ୟନ୍ତର କର୍ଣ୍ଣାଟକର କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇପାରେ। ୧୧ ଓ ୧୨ ତାରିଖରେ ଉପକୂଳବର୍ତ୍ତୀ ଓଡ଼ିଶା, ଉପକୂଳବର୍ତ୍ତୀ ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, କର୍ଣ୍ଣାଟକ, ମରାଠାୱାଡ଼ା ଓ ବିଦର୍ଭରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବାବେଳେ ଅଭ୍ୟନ୍ତର ଉପକୂଳବର୍ତ୍ତୀ ଓଡ଼ିଶା, ଉପକୂଳବର୍ତ୍ତୀ ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, କର୍ଣ୍ଣାଟକ, ମରାଠାୱାଡ଼ା ଓ ବିଦର୍ଭରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ମତାମତ ଦିଅନ୍ତୁ ।