Breaking Newsରାଜ୍ୟ

୧୫ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ। ୯ଟି ଜିଲ୍ଲାରେ ହେବ ପ୍ରବଳ ବର୍ଷା। ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏହି ପୂର୍ବନୁମାନ କରିଛି।

ମଙ୍ଗଳବାର ପାଣିପାଗ କେନ୍ଦ୍ର ଦେଇଥିବା ସୂଚନା ଅନୁଯାୟୀ କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ବଲାଙ୍ଗୀର ଓ କେନ୍ଦ୍ରାପଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ବର୍ଷା ହୋଇପାରେ। ସେହିପରି ବୌଦ୍ଧ, କୋରାପୁଟ, ଗଜପତି, ନୟାଗଡ଼, ଭଦ୍ରକ, ନୂଆପଡ଼ା, ଢ଼େଙ୍କାନାଳ, ଯାଜପୁର ଓ ବାଲେଶ୍ୱର ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ମତାମତ ଦିଅନ୍ତୁ ।

Back to top button