୧୬ ଯାଏ ଏସବୁ ଜିଲ୍ଲାରେ ବର୍ଷା ଓ ବଜ୍ରପାତ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ତେଲେଙ୍ଗାନାରେ ଦୁର୍ବଳ ହୋଇ ପଶ୍ଚିମ- ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ସଂପୂର୍ଣ୍ଣ ଦୁର୍ବଳ ହୋଇଯିବ। ଏହାର ପ୍ରଭାବରେ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ପୂର୍ବନୁମାନ କରାଯାଇଛି।

ବୁଧବାର ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଗୁରୁବାର ମଧ୍ୟାହ୍ନ ସୁଦ୍ଧା ଓଡିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। ଢ଼େଙ୍କାନାଳ, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ଼ ଓ କଟକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ସେହିପରି ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼ ଜିଲ୍ଲାରେ ବଜ୍ରପାତର ସମ୍ଭାବନା ରହିଛି।

ସେହିପରି ୧୬ ତାରିଖରେ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତର ଆଶଙ୍କା ରହିଛି। ଏହାଛଡା ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଖୋର୍ଧା, ପୁରୀ, ନୟାଗଡ଼, ବଲାଙ୍ଗୀର, ନୂଆପଡା, ବୌଦ୍ଧ, କାଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ରହିଛି ବର୍ଷା ସମ୍ଭାବନା ସେଥିପାଇଁ ଏ ସମସ୍ତ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ମତାମତ ଦିଅନ୍ତୁ ।