୧୮ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର : ରାଜ୍ୟର ଅନେକ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସହ କାଳବୈଶାଖୀର ସମ୍ଭାବନା ରହିଛି। ଏହି ସତର୍କ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ସେଥିପାଇଁ

ଶୁକ୍ରବାର ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆଜି ଅପରାହ୍ନରୁ ଆସନ୍ତାକାଲି ସକାଳ ସାଢେ ୮ଟା ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଓଡିଶା, ବାଲେଶ୍ୱର, ଯାଜପୁର, ଭଦ୍ରକ, ନୂଆପଡା, ବଲାଙ୍ଗୀର, ସୋନପୁର, କଳାହାଣ୍ଡି ଓ ବୌଦ୍ଧ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ନୂଆପଡା, ବଲାଙ୍ଗୀର, ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ ଓ ସୋନପୁର ଜିଲ୍ଲାରେ ଅନୁରୂପ ପାଗ ରହିବ। ସେଥିପାଇଁ ଏସବୁ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଶନିବାରରୁ ରବିବାର ସକାଳ ସାଢେ ୮ଟା ମଧ୍ୟରେ ଉତ୍ତର ଉପକୂଳ ଓଡ଼ିଶା, ଢ଼େଙ୍କାନାଳ, ଅନୁଗୁଳ, କନ୍ଧମାଳ, ରାୟଗଡା, କୋରାପୁଟ ଜିଲ୍ଲାମାନଙ୍କରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ଦେବଗଡ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଓ କଟକ ଜିଲ୍ଲାରେ ଅନୁରୂପ ପାଗ ରହିବା ସମ୍ଭାବନା ଥିବାରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button