୩୧ରେ ଯୁକ୍ତ ଦୁଇ ପରୀକ୍ଷାଫଳ ପ୍ରକାଶ ପାଇବ

କଟକ : ଆସନ୍ତା ମେ ୩୧ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷାଫଳ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ)ର ପରୀକ୍ଷା ନିୟନ୍ତ୍ରକ ଏହି ସୂଚନା ଦେଇଛନ୍ତି। ପ୍ରାୟ ସାଢେ ୩ ଲକ୍ଷ ଛାତ୍ରଛାତ୍ରୀ ଏଥର ପରୀକ୍ଷା ଦେଇଛନ୍ତି। ଚଳିତମାସ ୨୮ ତାରିଖରେ ପରୀକ୍ଷା ଫଳ ପ୍ରକାଶ ପାଇବ ଘୋଷଣା ହୋଇଥିଲା। ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ପରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶିତ ହେବ ବୋଲି କୁହାଯାଇଥିଲା।

Leave a Reply

Your email address will not be published. Required fields are marked *

Back to top button