ମେ ୧୮ ତାରିଖରୁ +୨ ପରୀକ୍ଷା

ଭୁବନେଶ୍ଵର : ମହାମାରୀ କରୋନା ପାଇଁ ଛାତ୍ରଛାତ୍ରୀମାନଙ୍କ ପାଠପଢ଼ା ଓ ପରୀକ୍ଷା ଉଭୟ ପ୍ରଭାବିତ ହୋଇଥିବା ବେଳେ ଶେଷରେ ଆସନ୍ତା ମେ ୧୮ ତାରିଖରୁୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ। ପରୀକ୍ଷା ମେ ୧୮ରୁ ଆରମ୍ଭ ହୋଇ ଜୁନ୍‌ ୧୨ ତାରିଖରେ ଶେଷ ହେବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

କଳା, ବିଜ୍ଞାନ ଓ ବାଣିଜ୍ୟ ବିଭାଗର ସମସ୍ତ ଛାତ୍ରଛାତ୍ରୀମାନେ ଏହି ପରୀକ୍ଷା ଦେଇପାରିବେ ବୋଲି ଉଚ୍ଚ ଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ସେହିିପରି ଧନ୍ଦାମୂଳକ ଛାତ୍ରଛାତ୍ରୀଙ୍କ ପରୀକ୍ଷା ମେ ୨୮ ତାରିଖରେ ହେବ ବୋଲି ସୂଚନା ରହିଛି।

Leave a Reply

Your email address will not be published. Required fields are marked *

Back to top button