୨୨ ତାରିଖ ପର୍ଯ୍ୟନ୍ତ ବର୍ଷା

ଭୁବନେଶ୍ୱର : ଆସନ୍ତା ୨୦ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରାଜିଛି। ଏହାର ପ୍ରଭାବରେ ରାଜ୍ୟରେ ୨୨ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ପୂର୍ବନୁମାନ କରିଥିବା ବେଳେ ୧୩ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି। ଏହି ଜିଲ୍ଲା ଗୁଡ଼ିକ ମଧ୍ୟରେ ରହିଛି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ। ତେଣୁ ୨୦ ତାରିଖରୁ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି।

ମତାମତ ଦିଅନ୍ତୁ ।