୨୨ ପର୍ଯ୍ୟନ୍ତ ପ୍ରବଳ ବର୍ଷା

ଭୁବନେଶ୍ୱର : ବଙ୍ଗୋପସାଗରରେ ଆସନ୍ତା ୧୯ରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇ ୨୦ତାରିଖ ଭିତରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୯ରୁ ୨୧ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆଗାମୀ ୨୪ ଘଣ୍ଟା ଭିତରେ ଲଘୁଚାପ ସମ୍ପର୍କରେ ଅଧିକ ସ୍ପଷ୍ଟ ଚିତ୍ର ମିଳିବ। ତେବେ ଏହାର ପ୍ରଭାବରେ ରାଜ୍ୟର ଦକ୍ଷିଣ ଓ ଉତ୍ତର ଉପକୂଳ ଓଡ଼ିଶା‌ରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ୧୯ରୁ ୨୧ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ। ଏହି ସମୟରେ ସମୁଦ୍ରକୂଳିଆ ଅଞ୍ଚଳରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ଆଶଙ୍କା ଥିବାରୁ ସମୁଦ୍ର ଅଶାନ୍ତ ରହିବ। ତେଣୁ ସମୁଦ୍ର ଭିତରକୁ ନଯିବାକୁ ମତ୍ସଜୀବୀମାନଙ୍କୁ କୁହାଯାଇଛି।

ବିଶେଷକରି ବର୍ଷା ପାଇଁ ୧୯ ରୁ ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ଗଜପତି ଓ କୋରାପୁଟକୁ ୟେଲୋୱାର୍ଣ୍ଣିଂ ଏବଂ ୨୦ରୁ ୨୧ ଗଞ୍ଜାମ ଓ ଗଜପତିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡା ମାଲକାନଗିରି, କୋରାପୁଟ, ରାୟଗଡ଼ା, ପୁରୀ ଓ ୨୧ରୁ ୨୨ପର୍ଯ୍ୟନ୍ତ ମାଲକାନଗିରି,କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ଭଦ୍ରକକୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି।

ମତାମତ ଦିଅନ୍ତୁ ।