୨୩ ସୁଦ୍ଧା ଓଡ଼ିଶାରୁ ଫେରିବ ମୌସୁମୀ

ଭୁବନେଶ୍ୱର : ଓଡ଼ିଶାରୁ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ରହିଛି। ତେଣୁ ଆସନ୍ତା ୨୩ ତାରିଖ ବେଳକୁ ଓଡ଼ିଶାର ବାକି ଅଞ୍ଚଳରୁ ମୌସୁମୀ ସମ୍ପୂର୍ଣ୍ଣ ଓଡ଼ିଶାରୁ ପ୍ରତ୍ୟାବର୍ତ୍ତନ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୫ ଦିନ ପାଇଁ ଓଡ଼ିଶାରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଗୁରୁବାର ମଧ୍ୟାହ୍ନ ସୁଦ୍ଧା ଉପକୂଳ ଓଡ଼ିଶାର କେତେକ ସ୍ଥାନ ଓ ଅଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଏହାପରେ ବର୍ଷା ପରିମାଣ କମିବ। ଶୁକ୍ରବାର ପୂର୍ବାହ୍ନ ସୁଦ୍ଧା ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଜଗତ୍‌ସିଂହପୁର ଓ ପୁରୀ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ। ୨୨ରୁ ୨୪ ତାରିଖ ଯାଏ ପାଗ ମୁଖ୍ୟତଃ ଶୁଖିଲା ରହିବ।

Leave a Reply

Your email address will not be published. Required fields are marked *

Back to top button