୨୫ରୁ ଲଘୁଚାପ ବର୍ଷା

ଭୁବନେଶ୍ୱର : ମିଆଁମାର ମର୍ତ୍ତାବାନ ଉପସାଗର ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତା ୪୮ ଘଣ୍ଟାରେ ଉତ୍ତର-ପଶ୍ଚିମ ଦିଗରେ ଗତିକରି ଉତ୍ତର-ପୂର୍ବ ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିବ। ୨୪ ତାରିଖ ସଂଧ୍ୟା ସୁଦ୍ଧା ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଓଡ଼ିଶା ଉପକୂଳ ନିକଟରେ ପହଞ୍ଚିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଲଘୁଚାପ ପ୍ରଭାବରେ ୨୫ ତାରିଖଠାରୁ ଓଡ଼ିଶାର ବାଲେଶ୍ୱର,ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼ ଓ ଗଞ୍ଜାମ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିବାର ସମ୍ଭାବନା ରହିଛି। ଏହାଛଡା ସମୁଦ୍ର ଅଶାନ୍ତ ରହିବ। ସେଥିପାଇଁ ୨୫ ଓ ୨୬ ତାରିଖରେ ସମୁଦ୍ରକୁ ନଯିବାକୁ ମତ୍ସଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *

Back to top button