୨୭ରେ ଭାରତ ବନ୍ଦ : ପୋଲିସକୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର : ଆସନ୍ତା ୨୭ତାରିଖରେ ‘ଭାରତ ବନ୍ଦ’। ଆଇନଶୃଙ୍ଖଳା ପରିସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ସବୁ ଜିଲ୍ଲାର ପୋଲିସକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଖବର ଅନୁଯାୟୀ କେନ୍ଦ୍ର ସରକାରଙ୍କ ଶ୍ରମ ନୀତିକୁ ବିରୋଧ, ସ୍ୱାମୀନାଥନ କମିଶନ ସୁପାରିଶ ଲାଗୁ ଓ କୃଷି ବିଲକୁ ଫେରସ୍ତ ଦାବିରେ ଚାଷୀ ସଂଗଠନଗୁଡ଼ିକ ପକ୍ଷରୁ ଆସନ୍ତା ୨୭ତାରିଖରେ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ କଂଗ୍ରେସ ସମେତ ୭ଟି ରାଜନୀତିକ ଦଳ ଓ ବହୁ ଶ୍ରମିକ ସଂଗଠନ ସମର୍ଥନ କରିଛନ୍ତି। ତେଣୁ ବନ୍ଦବେଳେ କୌଣସି ଅପ୍ରୀତିକର ପରିସ୍ଥିତି ଯେପରି ନଘଟିବ ସେଥିପାଇଁ ଜିଲ୍ଲା ପୋଲିସକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *

Back to top button