୨୯ରେ ଲଘୁଚାପ

ଭୁବନେଶ୍ୱର : ବଙ୍ଗୋପସାଗରର ଦକ୍ଷିଣ ଭାଗରେ ଆସନ୍ତା ୨୯ ତାରିଖ ବେଳକୁ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ସେହିପରି ସାମୁଦ୍ରିକ ଝଡ଼ ‘ନିଭାର୍’ ବାତ୍ୟାରେ ପରିଣତ ହୋଇଛି। ଆଜି ବିଳମ୍ବିତ ରାତି କିମ୍ବା ଆସନ୍ତାକାଲି ସକାଳେ ପୁଡୁଚେରୀର କରାଇକେଲ୍‌ ଓ ତାମିଲନାଡ଼ୁର ମାମଲାପୁରମ୍ ମଧ୍ୟରେ ସ୍ଥଳ ଭାଗ ଛୁଇଁବ। ଏହାର ପ୍ରଭାବରେ ତାମିଲନାଡ଼ୁ ଓ ପୁଡୁଚେରୀରେ ବର୍ଷା ଜାରି ରହିଛି। ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ତାମିଲନାଡ଼ୁ ଓ ପୁଡୁଚେରୀରେ ହାଇ ଆଲର୍ଟ ଜାରି କରାଯାଇଛି।

ମତାମତ ଦିଅନ୍ତୁ ।