୩ଟି ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ଵର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା। ଏହି ଜିଲ୍ଲା ଗୁଡିକ ମଧ୍ୟରେ ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ରହିଛି। ସେହିପରି ୧୭ଟି ଜିଲ୍ଲାରେ ବଜ୍ରପାତ ଆଶଙ୍କା ଥିବା ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଗୁରୁବାର ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି। ସେଥିପାଇଁ ଏସବୁ ଜିଲ୍ଲାକୁ ୟେଲୋ ୱା।ର୍ଣ୍ଣିଂ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button