୩ଟି ସ୍ଥାନରେ ଲାଗୁହେଲା କଣ୍ଟେନମେଣ୍ଟ କଟକଣା

ଭୁବନେଶ୍ୱର : କରୋନା ସଂକ୍ରମଣ ବାଢୁଥିବାରୁ କଳାହାଣ୍ଡି ଜିଲ୍ଲା ବୃନ୍ଦାବାହାଳ ପଞ୍ଚାୟତ ଲିମସେର ଗାଁକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଫୁଲବାଣୀ ପୌରାଞ୍ଚଳର ୨ଟି ସ୍ଥାନକୁ କରାଯାଇଛି ମାଇକ୍ରୋ କଣ୍ଟେନମେଣ୍ଟ ଜୋନ। ଏହି ଅଞ୍ଚଳବାସୀଙ୍କ ବାହାରକୁ ଯାତାୟତ ଉପରେ କଟକଣା ଲାଗୁ କରାଯାଇଛି।

ଖବର ଅନୁଯାୟୀ କଳାହାଣ୍ଡି ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ବୃନ୍ଦାବାହାଳ ପଞ୍ଚାୟତ ଲିମସେର ଗାଁର ଜଣଙ୍କର ମୃତ୍ୟୁ ହୋଇଛି। ସ୍ୱାସ୍ଥ୍ୟ ବିଭାଗ ସୂଚନା ଆଧାରରେ ସମ୍ପୃକ୍ତ ଗାଁକୁ ସରପଞ୍ଚ କଣ୍ଟେନମେଣ୍ଟ ଘୋଷଣା କରିଛନ୍ତି। ଆଜିଠାରୁ ଏହି କଟକଣା ୮ ତାରିଖ ମଧ୍ୟରାତ୍ର ଯାଏଁ ବଳବତ୍ତର ରହିବ।

ସେହିପରି ଫୁଲବାଣୀ ପୌରାଞ୍ଚଳର ୨ଟି ସ୍ଥାନକୁ ଜିଲ୍ଲାପାଳ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛନ୍ତି। ଡାକପାଲର ସ୍କୁଲ ସାହିରୁ ୮ ପଜିଟିଭ ଓ ୫ ନମ୍ବର ୱାର୍ଡର ଗୋଟିଏ ଘରୁ ଜଣେ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ସେଥିପାଇଁ ୨ ନମ୍ବର ୱାର୍ଡ ଡାକପାଲର ସ୍କୁଲ ସାହି ଓ ୫ ନଂ ୱାର୍ଡର ୫ଟି ଘରକୁ ମାଇକ୍ରୋ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି।

ରାଜ୍ୟରେ ଆଜି ୪୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ୨୯ ଓ କନ୍ଧମାଳ ଜିଲ୍ଲାରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Leave a Reply

Your email address will not be published. Required fields are marked *

Back to top button