୪ ଦିନ ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ଵର : ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଗଞ୍ଜାମ ଓ ଗଜପତି ଜିଲ୍ଲାରେ ସୋମବାର ଠାରୁ ୪ଦିନ ଧରି ପ୍ରବଳ ବର୍ଷିବ। ବର୍ଷା ଯୋଗୁଁ ବନ୍ୟା ଓ ପାହାଡ଼ ଅତଡ଼ା ଖସିବା ସମ୍ଭାବନା ଥିବାରୁ ଏହାର ମୁକାବିଲା ନିମନ୍ତେ ଜିଲ୍ଲା ପ୍ରଶାସନକୁ ସତର୍କ କରାଯାଇଛି।

ସେହିପରି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ବାଲେଶ୍ଵର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଖୋର୍ଧା, ପୁରୀ, ନୟାଗଡ଼, ମୟୁରଭଞ୍ଜ, ଢ଼େଙ୍କାନାଳ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଆଦି ଜିଲ୍ଲାକୁ ‌ବିଜୁଳି ଘଡ଼ଘଡ଼ିର ସମ୍ଭାବନା ରହିଛି। ସୋମବାର ଓ ମଙ୍ଗଳବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ।

୨୦ରୁ ୨୧ ତାରିଖ ମଧ୍ୟରେ ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଏହାକୁ ଦୃଷ୍ଟିରେ ରଖି ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ମାଲକାନଗିରି କ‌ୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକରେ ପ୍ରବଳ ବର୍ଷା ହେବ। ୨୨ରୁ ୨୩ ତାରିଖ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ବା‌ଲେଶ୍ଵର, ଭଦ୍ରକ ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଳାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ୟେଲା ୱାର୍ଣ୍ଣିଂ ଜାରି କରିଛି।

ମତାମତ ଦିଅନ୍ତୁ ।