୪୮ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ଏନ୍ ଭି ରମଣା

ନୂଆଦିଲ୍ଲୀ : ଜଷ୍ଟିସ୍ ଏନ୍ ଭି ରମଣା ସୁପ୍ରିମକୋର୍ଟର ୪୮ ତମ ପ୍ରଧାନ ବିଚାରପତି ଭାବେ ଆଜି ଶପଥ ନେଇଛନ୍ତି। ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ୨୦୨୨ ଅଗଷ୍ଟ ୨୬ ତାରିଖ ପର୍ଯ୍ୟନ୍ତ ସେ ପ୍ରଧାନ ବିଚାରପତି ଦାୟିତ୍ୱ ତୁଲାଇବେ।

ସୂଚନାଯୋଗ୍ୟ ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଏସ ଏ ବୋବଡେ ଗତକାଲି ଅବସର ଗ୍ରହଣ କରିଥିଲେ। ଜଷ୍ଟିସ୍ ଏନ ଭି ରମଣାଙ୍କର ୧୯୫୭ ମସିହା ଅଗଷ୍ଟ ୨୭ ତାରିଖରେ ଆନ୍ଧ୍ରପଦେଶର ଏକ କୃଷକ ପରିବାରରେ ଜନ୍ମ। ଛାତ୍ର ଜୀବନରେ ଶିଳ୍ପ ଓ କୃଷିପ୍ରତି ଆଗ୍ରହ ପ୍ରକାଶ କରୁଥିବା ଜଷ୍ଟିସ୍ ରମଣା ଶିକ୍ଷାପରେ ଏକ ତେଲୁଗୁ ଖବର କାଗଜରେ ସାମ୍ବାଦିକ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ। ଏହାପରେ ଓକିଲାତି ପଢି ୧୯୮୩ ମସିହା ଏପ୍ରିଲ ୧୦ ତାରିଖରେ ପ୍ରଥମେ ଆନ୍ଧ୍ର ହାଇକୋର୍ଟରେ ପ୍ରାକ୍ଟିସ୍ ଆରମ୍ଭ କରିଥିଲେ। ୨୦୦୦ ମସିହା ଜୁନ ୨୭ ତାରିଖରେ ଆନ୍ଧ୍ର ହାଇକୋର୍ଟରେ ସ୍ଥାୟୀ ଜଜ୍ ଭାବେ ନିଯୁକ୍ତ ହୋଇଥିଲେ। ପରେ ଦିଲ୍ଲୀ ହାଇକୋର୍ଟ ଓ ୨୦୧୪ ମସିହା ଫେବୃଆରୀ ୧୭ ତାରିଖରେ ସୁପ୍ରିମକୋର୍ଟର ଜଜ୍ ଭାବେ ନିଯୁକ୍ତ ହୋଇଥିଲେ।

Leave a Reply

Your email address will not be published. Required fields are marked *

Back to top button