୧୪ ଜିଲ୍ଲାକୁ କାଳବୈଖାଖୀ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର : ରାଜ୍ୟରେ ଦିନବେଳା ଅସହ୍ୟ ତାତି। ଗୁଳୁଗୁଳି ଜାରି ରହିଥିବା ବେଳେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ଓ ଝଡ଼ ପବନର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଶୁକ୍ରବାର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବନୁମାନ ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏହି ତାଲିକାରେ ଥିବା ଜିଲ୍ଲା ଗୁଡିକ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ରହିଛି। ସେଥିପାଇଁ ଏସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଏହାବ୍ୟତୀତ ରାଜ୍ୟର ଅନ୍ୟ ଜିଲ୍ଲାରେ ମଧ୍ୟ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଦିନର ତାପମାତ୍ରା ପରିବର୍ତ୍ତନର ସମ୍ଭାବନା ଥିବାବେଳେ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୨ରୁ ୪୩ ଡିଗ୍ରି ଉପରେ ରହିବ ବୋଲି କୁହାଯାଇଛି। ପଶ୍ଚିମ ଓଡ଼ିଶରେ ପାରଦ ୪୩ ଡିଗ୍ରି ଅତିକ୍ରମ କରିବ। ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକର ସର୍ବୋଚ୍ଚ ତାପମାତ୍ରା ୪୦ରୁ ୪୧ ଡିଗ୍ରି ଟପିଯିବାର ସମ୍ଭାବନା ରହିଛି। ବଲାଙ୍ଗୀର, ସୋନପୁର, ଟିଟିଲାଗଡ଼, ବୌଦ୍ଧ, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାରେ ଦିନର ତାପମାତ୍ରା ୪୩ ଡିଗ୍ରି ଉପରେ ରହିବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button