Breaking Newsରାଜ୍ୟ

୫ଟି ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏହି ଜିଲ୍ଲା ଗୁଡିକ ହେଲା ସୋନପୁର, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର ଓ ମୟୁରଭଞ୍ଜ। ଏଥିସହ ସୋନପୁର, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜ, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ ଓ ସୁନ୍ଦରଗଡ଼ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ।

ସେହିପରି ପାଣିପାଗ ବିଭାଗର ପୁର୍ବାନୁମାନ ହେଲା ୧୩ରୁ ୧୪ ତାରିଖ ମଧ୍ୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ, ବରଗଡ଼, ବଲାଙ୍ଗୀର, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଆଦି ଜିଲ୍ଲାରେ ପ୍ରବଳ ବର୍ଷିବ। ୧୪ରୁ ୧୫ ତାରିଖ ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ସୁନ୍ଦରଗଡ଼, ରାୟଗଡ଼ା, ମାଲକାନଗିରି ଓ କନ୍ଧମାଳ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭବାନା ରହିଥିବା କୁହାଯାଇଛି।

ମତାମତ ଦିଅନ୍ତୁ ।

Back to top button