୬ଟି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା

ଭୁବନେଶ୍ୱର : ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଏବେ ସେହି ଅଞ୍ଚଳରେ ରହିଛି। କିନ୍ତୁ ଏହାର ବିଶେଷ ପ୍ରଭାବ ଓଡ଼ିଶା ଉପରେ ନାହିଁ। ତେଣୁ ଦକ୍ଷିଣ ସୀମାନ୍ତବର୍ତ୍ତୀ କିଛି ଜିଲ୍ଲାରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଭୁବନେଶ୍ୱର ଆଞ୍ଚଳିକ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ରାଜ୍ୟର ଅନ୍ୟ ସ୍ଥାନରେ ବର୍ଷାର ବିଶେଷ ସମ୍ଭାବନା ନାହିଁ। ସେହିପରି ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଦକ୍ଷିଣ ଆଭ୍ୟନ୍ତରରେ ସ୍ୱଳ୍ପ ବର୍ଷା ହୋଇପାରେ। ଏହାଛଡା କଟକ-ଭୁବନେଶ୍ୱରରେ ପାଗ ଆଂଶିକ ମେଘାଚ୍ଛନ୍ନ ରହିବ। କାଁ ଭାଁ ସ୍ଥାନରେ ହାଲ୍‌କା ବର୍ଷା ହୋଇପାରେ ବୋଲି କୁହାଯାଇଛି।

ମତାମତ ଦିଅନ୍ତୁ ।