୭ଟି ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଏହି ସୂଚନା ଦିଆଯାଇଛି।
ବୁଧବାର ପାଣିପାଗ ବିଭାଗ ଦେଇଥିବା ସୂଚନା ଅନୁଯାୟୀ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବଶୂନ୍ୟ ହୋଇଛି। ସେଥିପାଇଁ ମୌସୁମୀ ଜନିତ ବର୍ଷାର ପ୍ରଭାବ ରହୁନି। ଅନ୍ୟପକ୍ଷରେ ଦକ୍ଷିଣ ଓଡ଼ିଶା ଓ ତତ୍ସଂଲଗ୍ନ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ୩.୧ କିଲୋମିଟର ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ଟ୍ରଫ୍ ଲାଇନ୍ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା କାଲି ଅପରାହ୍ନ ସୁଦ୍ଧା ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର ଓ ରାୟାଗଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ସେହିପରି ଏହି ସମୟ ମଧ୍ୟରେ ନବରଙ୍ଗପୁର, କାଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ଅନୁଗୁଳ, ଜଗତସିଂହପୁର, କଟକ, ଢ଼େଙ୍କାନାଳ, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହୋଇପାରେ। ତେଣୁ ଏସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।