Breaking Newsରାଜ୍ୟ

୭ଟି ଜିଲ୍ଲାରେ ଆସନ୍ତାକାଲି ପ୍ରବଳ ବର୍ଷିବ

ଭୁବନେଶ୍ୱର : ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୭ଟି ଜିଲ୍ଲା ଯଥା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ରାୟଗଡ଼ା ଓ ବଲାଙ୍ଗୀରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବନୁମାନ କରିଛି। ସେଥିପାଇଁ ଏସବୁ ଲିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସୋମବାର ପାଣିପାଗ କେନ୍ଦ୍ର କହିଛି ଲଘୁଚାପ ବଳୟ ଏବେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରର ଉତ୍ତର ଓଡ଼ିଶା-ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳ ଉପରେ ରହିଛି। ଏହାଛଡ଼ା ଆଉ ଏକ ଟ୍ରଫ୍‌ ଲାଇନ୍‌ ଦକ୍ଷିଣ-ପୂର୍ବ ରାଜସ୍ଥାନରୁ ଲଘୁଚାପର କେନ୍ଦ୍ର ପର୍ଯ୍ୟନ୍ତ ରହିଥିବା ବେଳେ ଏହା ସମୁଦ୍ର ପତ୍ତନଠାରୁ ୩.୧ କିମି ଉଚ୍ଚତାରେ ରହିଛି। ଫଳରେ ୧୦ ତାରିଖ ଦିନ ଲଘୁଚାପର ପ୍ରଭାବ ଅଧିକ ରହିବ। ସେଥିପାଇଁ
କନ୍ଧମାଳ, ବୌଦ୍ଧ, ନୟାଗଡ଼ ଓ ନୂଆପଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ସେହିପରି ୧୧ ତାରିଖରେ ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ, ୧୨ ତାରିଖ ଦିନ ସମ୍ବଲପୁର, ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଳାହାଣ୍ଡି ଓ କନ୍ଧମାଳ ଏବଂ ୧୩ ତାରିଖରେ ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ନୂଆପଡ଼ା, ନବରଙ୍ଗପୁର ଓ ଦେବଗଡ଼ରେ ପ୍ରବଳ ବର୍ଷା ହେବ। ଏହାକୁ ଦୃଷ୍ଟିରେ ରଖି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ମତାମତ ଦିଅନ୍ତୁ ।

Back to top button