୭ଟି ଜିଲ୍ଲାରେ ସ୍ଵଳ୍ପରୁ ମଧ୍ୟମଧରଣ ବର୍ଷା

ଭୁବନେଶ୍ୱର : ଆଜିଠାରୁ ନଭେମ୍ବର ୨ ତାରିଖ ଯାଏଁ ରାଜ୍ୟରେ ପାଗ ଶୁଖିଲା ଓ ଖରାଟିଆ ରହିବ। କାଁଭାଁ କେଉଁଠି ମେଘୁଆ ରହିପାରେ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଶ୍ରୀଲଙ୍କା ଉପକୂଳସ୍ଥ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ରହିଥିବା ଲଘୁଚାପର ପ୍ରଭାବରେ ସମାନ୍ତରାଳ ଭାବେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସେଥିପାଇଁ ଓଡ଼ିଶାର ୭ଟି ଜିଲ୍ଲା ଯଥା ଗଜପତି, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *

Back to top button