୮ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା

0

ଭୁବନେଶ୍ଵର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ବଜ୍ରପାତ ସହ କାଳବୈଶାଖି ବର୍ଷାର ସମ୍ଭାବନା ରହିଛି। ଭୂବନେଶ୍ଵର ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ସତର୍କତା ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ସତର୍କ ରହିବା ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ସ୍ଵତନ୍ତ୍ର କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ପରାମର୍ଶ ଜାରି କରାଯାଇଛି।

ଗୁରୁବାର ପାଣିପାଗ ବିଭାଗ ବୁଲେଟିନରେ କୁହାଯାଇଛି ଶୁକ୍ରବାର ସକାଳ ୮ଟା ୩୦ରୁ ଶନିବାର ୮ଟା ୩୦ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ଅନୁଗୁଳ,ମୟୁରଭଞ୍ଜ ଓ ବୌଦ୍ଧରେ ବଜ୍ରପାତ ସହ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି। ସେହିପରି ଶନିବାର ସକାଳ ୮ଟା ୩୦ରୁ ରବିବାର ସକାଳ ୮ଟା ୩୦ ପର୍ଯ୍ୟନ୍ତ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ଵର, ଭଦ୍ରକ,ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ବଜ୍ରପାତ ସହ କାଳବୈଶାଖି ବର୍ଷା ସମ୍ଭାବନା ରହିଛି। ସେଥିପାଇଁ ଏସବୁ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave A Reply

Your email address will not be published.