Breaking Newsରାଜ୍ୟ

୮ଟି ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ଘନିଭୂତ ହେଉଛି। ଏହାର ପ୍ରଭାବରେ ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି। ତେବେ ୮ଟି ଜିଲ୍ଲା ଯଥା କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୋଳ, ଦେବଗଡ଼, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡିରେ ପ୍ରବଳ ବର୍ଷା ହେବ। ଏହି ସମୟରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ପୂର୍ବାନୁମାନ କରାଯାଇଥିବା ବେଳେ ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲା ଗୁଡିକ ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

ମତାମତ ଦିଅନ୍ତୁ ।

Back to top button