ଏସବୁ ଜିଲ୍ଲାରେ ଝଡ଼ବର୍ଷା ଓ ବଜ୍ରପାତ ସମ୍ଭାବନା

ଭୁବନେଶ୍ଵର : ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୪ ଦିନ ଯାଏ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତାକାଲି ସକାଳ ସାଢ଼େ ୮ଟା ଯାଏ ରାଜ୍ୟର ୯ ଜିଲ୍ଲାକୁ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ମଧ୍ୟରେ କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କେନ୍ଦୁଝର ଓ ମୟୂରଭଂଜ ରହିଛି। ଆଗାମୀ କିଛିଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବଡ ଧରଣର ପରିବର୍ତ୍ତନ ହେବନାହିଁ। ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ତାପମାତ୍ରା ୪୨ରୁ ୪୩ ଡ଼ିଗ୍ରୀ ରହିବ ବୋଲି କୁହାଯାଇଛି।

Leave a Reply

Your email address will not be published. Required fields are marked *

Back to top button