୭ ଜିଲ୍ଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଘନୀଭୂତ ଲଘୁଚାପ ବଳୟ ପ୍ରଭାବରେ ଶନିବାର ଓ ରବିବାର ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହୋଇଛି। ୭ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ ବୋଲି ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।
ରବିବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୧୯ ତାରିଖ ଯାଏ ବର୍ଷା ଜାରି ରହିବ। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିପରି ୧୭ ଜିଲ୍ଲା ଯଥା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ଅନୁଗୁଳ, ମୟୂରଭଞ୍ଜ ଓ ଢେଙ୍କାନାଳକୁ ଘଡ଼ଘଡ଼ି ଓ ବଜ୍ରପାତ ପାଇଁ ସତର୍କ ସୂଚନା ଦିଆଯାଇଛି।
ଏହାବ୍ୟତୀତ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ତେବେ ବୁଧବାର ଓ ଗୁରୁବାର ବର୍ଷା ପରିମାଣ କମିବାର ସମ୍ଭାବନା ଥିବା କୁହାଯାଇଛି।




























