ଏସବୁ ଜିଲ୍ଲାରେ ବର୍ଷିବ
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ଆସନ୍ତା କାଲିଠାରୁ ରାଜ୍ୟରେ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
ଗୁରୁବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଶୁକ୍ରବାରଠାରୁ ୧୫ ତାରିଖ ଭିତରେ ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କଟକ, ଖୋର୍ଦ୍ଧା, ଜଗତସିଂହପୁର, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଯାଜପୁର ଓ ପୁରୀ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।



























