ବିଜୟ ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଦୀପାଳି

ଭୁବନେଶ୍ଵର : ଝାରସୁଗୁଡ଼ା ଉପନିର୍ବାଚନରେ ବିଜୟୀ ହୋଇଥିବା ଦୀପାଳି ଦାସ ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି।
ମୁଖ୍ୟମନ୍ତ୍ରୀ ଟୁଇଟ୍ କରି ଲେଖିଛନ୍ତି ଝାରସୁଗୁଡ଼ା ଉପନିର୍ବାଚନରେ ଐତିହାସିକ ବିଜୟ ହାସଲ କରିଥିବା ବିଜେଡିର ପ୍ରାର୍ଥୀ ଦୀପାଳି ଦାସଙ୍କୁ ଭେଟିଲି। ଝାରସୁଗୁଡ଼ାର ବିକାଶକୁ ଆଗେଇ ନେବା ସହ ଲୋକମାନଙ୍କ ଜୀବନରେ ପରିବର୍ତ୍ତନ ଆଣିବା ପାଇଁ ସମର୍ପିତ ଭାବେ କାର୍ଯ୍ୟ କରିବାକୁ ତାଙ୍କୁ ପରାମର୍ଶ ଦେଲି। ତେବେ ଆସନ୍ତା କାଲି ଦୀପାଳି ଦାସ ବିଧାୟକ ଭାବେ ଶପଥ ନେବେ ବୋଲି ଜଣାପଡିଛି।