Wed. Jan 29th, 2020

ନିର୍ଭୟା ମାମଲା: ଦୁଇ ଦୋଷୀଙ୍କ କ୍ୟୁରେଟିଭ ପିଟିସନ୍ ସୁପ୍ରିମକୋର୍ଟରେ ଖାରଜ

ନୂଆଦିଲ୍ଲୀ : ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାରେ ଆବେଦନ କରାଯାଇଥିବା ଦୁଇଟି କ୍ୟୁରେଟିଭ ପିଟିସନର ଶୁଣାଣି କରି ସୁପ୍ରିମ୍‌ କୋର୍ଟ ଆଜି ଖାରଜ କରିଦେଇଛନ୍ତି। ସୁପ୍ରିମକୋର୍ଟର ୫ଜଣିଆ ଖଣ୍ଡପୀଠ ଦୁଇ ଦୋଷୀଙ୍କ ଆବେଦନକୁ ଖାରଜ କରିଦେବା ଫଳରେ ଦୋଷୀସାବ୍ୟସ୍ତ ୪ ଅପରାଧୀଙ୍କ ଫାଶୀ ପାଇବା ନିଶ୍ଚିତ ହୋଇଯାଇଛି। ଫାଶୀ ଦଣ୍ଡ ପାଇଥିବା ୪ ଜଣଙ୍କ ମଧ୍ୟରୁ ବିନୟ ଓ ମୁକେଶ କ୍ୟୁରେଟିଭ ପିଟିସନ୍ ଦାଖଲ କରିଥିଲେ। ବିଚାରପତି ଏନ ଭି ରମନ୍ନା, ଅରୁଣ ମିଶ୍ରା, ଆର୍‌ ଏଫ୍‌ ନରିମାନ୍‌, ଆର୍‌ ଭାନୁମତୀ ଓ ଅଶୋକ ଭୂଷଣଙ୍କୁ ନେଇ ଗଠିତ ସୁପ୍ରିମକୋର୍ଟର ୫ ଜଣିଆ ଖଣ୍ଡପୀଠ ମଙ୍ଗଳବାର ଆବେଦନକୁ ଖାରଜ କରିଦେଇଛନ୍ତି।

ଉଲ୍ଲେଖଯୋଗ୍ୟ ନିର୍ଭୟା ମାମଲାର ୪ ଜଣ ଦୋଷୀଙ୍କୁ ଆସନ୍ତା ୨୨ ତାରିଖ ସକାଳ ‌୭ଟାରେ ତିହାର ଜେଲରେ ଫାଶୀ ଦିଆଯିବ। ପଟିଆଲା ହାଉସ କୋର୍ଟର ଅତିରିକ୍ତ ସେସନ୍ସ ଜଜ୍ ସତୀଶ କୁମାର ଅରୋରା ଦୋଷୀମାନଙ୍କୁ ଡେଥ୍ ୱାରେଣ୍ଟ ବା ମୃତ୍ୟୁ ପରୱାନା ଶୁଣାଇ ସାରିଛନ୍ତି। ଏଥିଲାଗି ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚାଲିଛି।

Leave a Reply

Your email address will not be published. Required fields are marked *