ଆସନ୍ତାକାଲି ଯାଏ ତାତି : ଅପରାହ୍ନରେ କାଳବୈଶାଖୀ

ଭୁବନେଶ୍ୱର : ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ଏହି ପରିସ୍ଥିତି ବଳବତ୍ତର ରହିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଗୁରୁବାର ପାଣିପାଗ ବିଜ୍ଞାନ କେନ୍ଦ୍ର ଦେଇଥିବା ସତର୍କ ସୂଚନା ଅନୁଯାୟୀ ଶୁକ୍ରବାର ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ରାଜ୍ୟର ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼, ପୁରୀ, କନ୍ଧମାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହିସମୟ ମଧ୍ୟରେ ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ। କାଳବୈଶାଖୀ ସହ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଥିବାରୁ ଏସବୁ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button