ଅବ୍ୟବହୃତ ସରକାରୀ ସମ୍ପତ୍ତିକୁ ମିଶନ ଶକ୍ତି ମହାସଂଘକୁ ହସ୍ତାନ୍ତର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ଜିଲ୍ଲା, ବ୍ଲକ ଓ ପଞ୍ଚାୟତରେ ଅବ୍ୟବହୃତ ସରକାରୀ ସମ୍ପତ୍ତି ରହିଛି। ଏହାକୁ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲା, ବ୍ଳକ ଓ ପଞ୍ଚାୟତ ସ୍ତରରେ ଥିବା ମିଶନ ଶକ୍ତି ମହାସଂଘମାନଙ୍କୁ ଦୁଇ ମାସ ମଧ୍ୟରେ ହସ୍ତାନ୍ତର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଆମର ପଞ୍ଚାୟତଠାରୁ ଆରମ୍ଭ କରି ବ୍ଲକ ଓ ଜିଲ୍ଲା ମାନଙ୍କରେ ଅନେକ ଅବ୍ୟବହୃତ ସରକାରୀ ସମ୍ପତ୍ତି ଯଥା ସରକାରୀ କୋଠା ,ଦୋକାନ ଘର, ଗଡ଼ିଆ, ପୋଖରୀ ଇତ୍ୟାଦି ରହିଛି। ଏଗୁଡିକୁ ସମ୍ପୃକ୍ତ ଜିଲ୍ଲା, ବ୍ଳକ ଓ ପଞ୍ଚାୟତରେ ଥିବା ମିଶନ ଶକ୍ତି ମହାସଂଘମାନଙ୍କୁ ଦିଆଗଲେ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀମାନେ ସେ ଅଞ୍ଚଳର ସାମାଜିକ ଓ ଆର୍ଥିକ ବିକାଶରେ ଏହାକୁ ଲଗାଇ ପାରିବେ। ଯାହାଦ୍ୱାରା ସାଧାରଣ ଲୋକ ଉପକାର ପାଇବେ। ମିଶନ ଶକ୍ତିର ମା’ ମାନେ ତାକୁ ଆର୍ଥିକ କାର୍ଯ୍ୟରେ ଲଗାଇ ପାରିବେ।

ମୁଖ୍ୟମନ୍ତ୍ରୀ କହିଛନ୍ତି ମହିଳାମାନଙ୍କ ସଶକ୍ତିକରଣ ସବୁବେଳେ ତାଙ୍କ ସରକାରର ପ୍ରାଥମିକତା ରହିଆସିଛି। ମିଶନ ଶକ୍ତି ଆଜି ପରିବର୍ତ୍ତନର କର୍ଣ୍ଣଧାର ହୋଇଛି। ମା’ ମାନଙ୍କର ଏହି ନୀରବ ଆନ୍ଦୋଳନକୁ ଆହୁରି ମଜବୁତ କରିବାରେ ଏହି ପଦକ୍ଷେପ ସହାୟକ ହେବ। ସୂଚନାଯୋଗ୍ୟ ରାଜ୍ୟ ସରକାର ମିଶନ ଶକ୍ତିକୁ ଏକ ସ୍ଵତନ୍ତ୍ର ବିଭାଗର ମାନ୍ୟତା ଦେଇଛନ୍ତି। ଆମର ୭୦ଲଷ ମା’ ମାନଙ୍କୁ ସଶକ୍ତ କରିବାରେ ଏହା ଆହୁରି ଦଷତାର ସହ ସେବା ଯୋଗାଇବ ବୋଲି ଆଶା କରାଯାଏ।

Leave a Reply

Your email address will not be published. Required fields are marked *

Back to top button