ଅକ୍ଟୋବର ୧୨ରେ ବର୍ଷାଙ୍କ ମାମଲାର ଶୁଣାଣି

କଟକ : ଅଭିନେତା ତଥା ସାଂସଦ ସ୍ୱାମୀ ଅନୁଭବ ମହାନ୍ତିଙ୍କ ବିରୋଧରେ ପତ୍ନୀ ବର୍ଷା ପ୍ରିୟଦର୍ଶୀନି ଆଣିଛନ୍ତି ପାରିବାରିକ ହିଂସା ମାମଲା। ବର୍ଷା ଦାଖଲ କରିଥିବା ମାମଲାର ଶୁଣାଣି ଆଜି କଟକ ଏସ୍‌ଡିଜେଏମ୍‌ କୋର୍ଟରେ ହେବା ନିମନ୍ତେ ତାରିଖ ଧାର୍ଯ୍ୟ ହୋଇଥିଲା। କିନ୍ତୁ ପ୍ରୋଟେକ୍ସନ ଅଫିସର ରିପୋର୍ଟ ଦାଖଲ କରି ନ ଥିବାରୁ ଏହାକୁ ଅକ୍ଟୋବର ୧୨ ତାରିଖକୁ ଘୁଞ୍ଚାଇ ଦିଆଯାଇଥିବା ବର୍ଷାଙ୍କ ଓକିଲ ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ ଦିଲ୍ଲୀ ପଟିଆଲା ହାଉସ୍ କୋର୍ଟରେ ସାଂସଦ ଅନୁଭବ ମହାନ୍ତି ଦାଖଲ କରିଥିବା ଛାଡ଼ପତ୍ର ପିଟିସନ୍‌ ମାମଲାକୁ ଓଡ଼ିଶା ସ୍ଥାନାନ୍ତର କରିବା ପାଇଁ ସୁପ୍ରିମକୋର୍ଟ ଯାଇପାରନ୍ତି ପତ୍ନୀ ବର୍ଷା। ପରିଚାଳନା ସୁବିଧା ପାଇଁ ମାମଲା ସ୍ଥାନାନ୍ତର ନିମନ୍ତେ ପିଟିସନ କରିବେ ବୋଲି ବର୍ଷାଙ୍କ ଓକିଲ ରାମକୃଷ୍ଣ ରଥ ସୂଚନା ଦେଇଛନ୍ତି।

ମତାମତ ଦିଅନ୍ତୁ ।