ୱାନ୍ ନେସନ, ୱାନ ଇଲେକ୍ସନ : କମିଟିରେ ଅମିତ ଶାହ ଓ ଅଧୀର ଚୌଧୁରୀ

ନୂଆଦିଲ୍ଲୀ : ୱାନ୍ ନେସନ, ୱାନ ଇଲେକ୍ସନ ବା ଗୋଟିଏ ଦେଶ, ଗୋଟିଏ ନିର୍ବାଚନ ପ୍ରସ୍ତାବ ଉପରେ ବିଚାର କରିବାକୁ କେନ୍ଦ୍ର ସରକାର ୮ ଜଣିଆ କମିଟି ଗଠନ କରିଛନ୍ତି। ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ କମିଟିର ମୁଖ୍ୟ ଭାବେ ନିଯୁକ୍ତି ଦିଆଯାଇଥିଲା। ଏଥିରେ ଆଉ ୭ ଜଣଙ୍କୁ ସାମିଲ କରାଯାଇଛି।

ଖବର ଅନୁଯାୟୀ କମିଟିରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଓ କଂଗ୍ରେସର ଲୋକସଭା ନେତା ଅଧୀର ରଞ୍ଜନ ଚୌଧୁରୀ ରହିଛନ୍ତି। ଏମାନଙ୍କ ବ୍ୟତୀତ ରାଜ୍ୟସଭାର ପୂର୍ବତନ ବିରୋଧୀ ଦଳ ନେତା ଗୁଲାମ ନବୀ ଆଜାଦ, ୧୫ତମ ଅର୍ଥ କମିଶନର ପୂର୍ବତନ ଅଧ୍ୟକ୍ଷ ଏନକେ ସିଂହ, ଲୋକସଭାର ପୂର୍ବତନ ସେକ୍ରେଟାରୀ ଜେନାରାଲ ସୁଭାଷ ସି କଶ୍ୟପ, ବରିଷ୍ଠ ଆଇନଜୀବୀ ହରିଶ ସାଲଭେ ଓ ଭଜିଲାନ୍ସ କମିଶନର ପୂର୍ବତନ ମୁଖ୍ୟ ସଞ୍ଜୟ କୋଠାରୀ କମିଟିରେ ସଦସ୍ୟ ଭାବେ ନିଯୁକ୍ତି ପାଇଛନ୍ତି।

Leave a Reply

Your email address will not be published. Required fields are marked *

Back to top button