ବିଜୟନଗରମ୍‌ ଟ୍ରେନ୍‌ ଦୁର୍ଘଟଣା : ୩ ମୃତ ଓ ଅନେକ ଆହତ

ରାୟଗଡ଼ା : ଆନ୍ଧ୍ରପ୍ରଦେଶ କଣ୍ଟାକାପଲ୍ଲୀ ଓ ଆଲମଣ୍ଡା ଷ୍ଟେସନ ମଧ୍ୟରେ ଆଜି ଟ୍ରେନ୍ ଦୁର୍ଘଟଣା ଘଟିଛି। ବର୍ତ୍ତମାନର ସୂଚନା ଅନୁସାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି।

ଖବର ଅନୁଯାୟୀ ରବିବାର ସନ୍ଧ୍ୟାରେ ବିଶାଖା-ରାୟାଗଡା ପାସେଞ୍ଜର ଟ୍ରେନକୁ ପଛପଟୁ ପାଲାସା-ବିଶାଖା ପାସେଞ୍ଜର ଟ୍ରେନ ଧକ୍କା ଦେବାରୁ ୪ଟି ବଗି ଅନ୍ୟ ଟ୍ରାକ୍‌ରେ ପଡ଼ିଥିଲା। ଏହି ଦୁର୍ଘଟଣାରେ ୧୦ରୁ ଉର୍ଦ୍ଧ୍ଵ ଆହତ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ଘଟିଛି। ତେବେ ରାତିର ଅନ୍ଧାରରେ ଓଡ୍ରାଫ, ସ୍ଥାନୀୟ ଜନସାଧାରଣ, ଏନଡିଆରଏଫ କର୍ମଚାରୀ ଉଦ୍ଧାର କାର୍ଯ୍ୟ ଚଳାଇଛନ୍ତି। ଡିଆରଏମ ସୌରଭ ତ୍ରିପାଠୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ରିଲିଫ ଟ୍ରେନ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଥିବା ଜଣାପଡିଛି।

ବିଜୟନଗରମ୍‌ ଜିଲ୍ଲାର କଣ୍ଟାକାପଲ୍ଲୀ ଓ ଆଲମଣ୍ଡା ଷ୍ଟେସନ ମଧ୍ୟରେ ପାସେଞ୍ଜର ଟ୍ରେନ୍‌ ଦୁର୍ଘଟଣା ନେଇ ପୂର୍ବତଟ ରେଳପଥ ପକ୍ଷରୁ ୩ଟି ହେଲ୍‌ପଲାଇନ୍‌ ନମ୍ବର ଜାରି କରାଯାଇଛି। ସେଗୁଡ଼ିକ ହେଲା ୦୬୭୪-୨୩୦୧୬୨୫, ୨୩୦୧୫୨୫ ଓ ୨୩୦୩୦୬୯। ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇଏସ୍‌ ଜଗନମୋହନ ରେଡ୍ଡୀ ବିଜୟନଗରମ୍‌ ଟ୍ରେନ୍‌ ଦୁର୍ଘଟଣା ସମ୍ପର୍କରେ ଜାଣିବା ପରେ ପୀଡିତ ଲୋକଙ୍କ ସହାୟତା ପାଇଁ ସ୍ଥାନୀୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇ ଉପଯୁକ୍ତ ସ୍ଵାସ୍ଥ୍ୟସେବା ଯୋଗାଇଦେବାକୁ କହିଛନ୍ତି।

Leave a Reply

Your email address will not be published. Required fields are marked *

Back to top button