ଅନୁଗୁଳ ମଦ ମୃତ୍ୟୁ ଘଟଣାର ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର : ଅନୁଗୁଳ ମଦ ମୃତ୍ୟୁ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ। ଘଟଣାର ସରଜମିନ୍‌ ତଦନ୍ତ କରି ରିପୋର୍ଟ ଦେବାକୁ ଜିଲ୍ଲାପାଳଙ୍କୁ କହିଛନ୍ତି।

ଖବର ଅନୁଯାୟୀ ଅନୁଗୁଳରେ ମଦ ପିଇ ୪ ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ଆସିଛି। ପୂର୍ବରୁ ଦୁଇଜଣ ମୃତ୍ୟୁ ବରଣ କରିଥିବା ବେଳେ ଗତକାଲି ଆଉ ଦୁଇଜଣଙ୍କର ମୃତ୍ୟୁ ହୋଇଛି। ସମସ୍ତଙ୍କର ବିଷାକ୍ତ ମଦ ପିଇ ମୃତ୍ୟୁ ହୋଇଥିବା ମୃତକଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏହାଛଡା ସେହି ବିଷକ୍ତ ମଦ ପିଇ କିଛି ଲୋକ ଗୁରୁତର ହୋଇଥିବାରୁ ସେମାନଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିବା ଜଣାପଡିଛି।

ମତାମତ ଦିଅନ୍ତୁ ।