ଅସୁସ୍ଥ ମହାରଥୀଙ୍କ ପରିବାର ଲୋକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପିପିଲି ବିଧାୟକ ତଥା ବରିଷ୍ଠ ବିଜେଡ଼ି ନେତା ପ୍ରଦୀପ ମହାରଥୀ କରୋନା ଆକ୍ରାନ୍ତ ହୋଇ ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଛନ୍ତି। ଆଜି ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିବାରୁ ତାଙ୍କୁ ଭେଣ୍ଟିଲେଟର ସହାୟତାରେ ରଖାଯାଇଥିବା ସୂଚନା ମିଳିଛି। ଏହି ଖବର ମିଳିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହାରଥୀଙ୍କ ପରିବାର ଲୋକଙ୍କ ସହ ଫୋନରେ କଥା ହେବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ଏହା ସହିତ ମହାରଥୀଙ୍କୁ ଚିକିତ୍ସା କରୁଥିବା ଡାକ୍ତରମାନଙ୍କ ସହ ମଧ୍ୟ ମୁଖ୍ୟମନ୍ତ୍ରୀ କଥା ହୋଇ ତାଙ୍କୁ ଯଥାସମ୍ଭବ ସର୍ବୋତ୍ତମ ଚିକିତ୍ସା ପ୍ରଦାନ କରିବାକୁ ଅନୁରୋଧ କରିଛନ୍ତି।

ମତାମତ ଦିଅନ୍ତୁ ।