ଅତିପ୍ରବଳ ବର୍ଷା ପାଇଁ ଜାରିହେଲା ସତର୍କ ସୂଚନା

ଭୁବନେଶ୍ୱର : ବଙ୍ଗୋପସାଗରର ଉତ୍ତର-ପୂର୍ବ ଉପକୂଳରେ ଆଜି ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଆଗାମୀ ୨ରୁ ୩ ଦିନ ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ୨୩ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷାହେ ବୋଲି ପୂର୍ବନୁମାନ କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ରବିବାର ପାଣିପାଗ ବିଭାଗର ସୂଚନା ଅନୁଯାୟୀ ସୋମବାର ମଧ୍ୟାହ୍ନ ସୁଦ୍ଧା ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର ଓ ଢ଼େଙ୍କାନାଳ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିଜିଲ୍ଲା ରେଡ୍‌ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ, ବାଲେଶ୍ୱର, କଟକ, କେନ୍ଦୁଝର, ଅନୁଗୁଳ, ଦେବଗଡ, ସମ୍ବଲପୁର, କାଳାହାଣ୍ଡି, ସୋନପୁର, ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ପୁରୀ, ଖୋର୍ଧା, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, କୋରାପୁଟ, ମାଲକାନଗିରି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜରି କରାଯାଇଛି।

ଏହାବ୍ୟତୀତ ବରଗଡ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, ସମ୍ବଲପୁର, ଝାରସୁଗୁଡା ଓ ଦେବଗଡ଼ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ରେଡ୍‌ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସୋନପୁର, ବୌଦ୍ଧ, ଅନୁଗୁଳ, ସୁନ୍ଦରଗଡ ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଏବଂ ମୟୂରଭଞ୍ଜ, ଜଗତସିଂହପୁର, ଯାଜପୁର ଓ ଢ଼େଙ୍କାନାଳ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜରି କରାଯାଇଛି। ୨୩ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶା ତଥା ଉପକୂଳ ଓଡିଶାର କିଛି ସ୍ଥାନରେ ହାଲୁକା ଓ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି।

ମତାମତ ଦିଅନ୍ତୁ ।