ବଦଳିଲେ ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାପାଳ

ଭୁବନେଶ୍ୱର : ରାଜ୍ୟ ସରକାର ଜିଲ୍ଲାପାଳ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି। ଏନେଇ ପ୍ରକାଶ ପାଇଛି ବିଧିବଦ୍ଧ ବିଜ୍ଞପ୍ତି।

ସୋମବାର ବିଜ୍ଞପ୍ତି ଅନୁଯାୟୀ ଜଗତସିଂହପୁର ଜିଲ୍ଲାପାଳ ବରିଷ୍ଠ ଓଏଏସ୍ ଅଧିକାରୀ ସଂଗ୍ରାମ ମହାପାତ୍ରଙ୍କୁ ଖୋର୍ଦ୍ଧା ଜିଲ୍ଲାପାଳ ନିଯୁକ୍ତ କରାଯାଇଛି। ତାଙ୍କ ସ୍ଥାନରେ ଜଗତସିଂହପୁର ଜିଲ୍ଲାପାଳ ଆଇଏସଏସ୍ ଅଧିକାରୀ ପାରୁଲ ପଟୱାରି। ସେହିପରି ଖୋର୍ଦ୍ଧା ଜିଲ୍ଲାପାଳ ବରିଷ୍ଠ ଓଏଏସ ଅଧିକାରୀ ସନତ କୁମାର ମହାନ୍ତିଙ୍କୁ ଟିଇ ଏଣ୍ଡ ଏସସିଇଆରଟିର ନିର୍ଦ୍ଦେଶକ ନିଯୁକ୍ତ କରାଯାଇଥିବା ବେଳେ ଆଇଏଏସ ଅଧିକାରୀ ଗଙ୍ଗାଧର ସାହୁଙ୍କୁ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତ ମିଳିଛି।

Leave a Reply

Your email address will not be published. Required fields are marked *

Back to top button