ବଜ୍ରପାତ : ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ରାଜ୍ୟର ୧୬ଟି ଜିଲ୍ଲାକୁ ବଜ୍ରପାତ ଆଶଙ୍କା ରହିଛି। ଏହି ଜିଲ୍ଲାଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ରାୟଗଡ଼ା, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଓ କୋରାପୁଟ। ସେଥିପାଇଁ ଏସବୁ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡା ଦକ୍ଷିଣ ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ସମ୍ଭାବନା ରହିଥିବା କୁହାଯାଇଛି।

ମତାମତ ଦିଅନ୍ତୁ ।